ଜିଲ୍ଲା ଖଣିଜ ପାଣ୍ଠି ପ୍ରତିଷ୍ଠାନର ୮ମ ବୈଠକ

ଝାରସୁଗୁଡ଼ା ତା୨୫/୦୮ ( ଶ୍ରୁମି ) ଜିଲ୍ଲା ଖଣିଜ ପାଣ୍ଠି ପ୍ରତିଷ୍ଠାନର ୮ମ ବୈଠକ ଡି ଏମ୍ ଏଫ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ଝାରସୁଗୁଡ଼ା ବିଧାୟକ ନବକିଶୋର ଦାସ , ବରଗଡ଼ ଲୋକସଭା ସଦସ୍ୟ ସୁରେଶ ପୂଜାରୀ , ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତି , ଆରକ୍ଷୀ ଅଧିକ୍ଷକ ବିକାଶ ଚନ୍ଦ୍ର ଦାଶ , ଡିଏଫଓ ଲଳିତ କୁମାର ପାତ୍ର , ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ବୈଠକରେ ଡି ଏମ୍ ଏଫ ପକ୍ଷରୁ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଉପରେ ଆଲୋଚନା ସହ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରାଯାଇଥିଲା । କୋଭିଡ଼ ସକାଶେ ପଛେଇ ଯାଇଥିବା ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରାଯିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି । ସେହିପରି ଜିଲ୍ଲା ପାଇଁ କେଉଁ କେଉଁ ନୂଆ ପ୍ରକଳ୍ପର ଆବଶ୍ୟକତା ରହିଛି ସେ ସମ୍ପର୍କରେ ଆଲୋଚନା କରାଯାଇଛି । ଜିଲ୍ଲାରେ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ଅଗ୍ରଗତି ପାଇଁ ଆନୁସଙ୍ଗିକ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ଅଗ୍ରାଧିକାର ଭିତ୍ତିରେ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି । ଜିଲ୍ଲାର ଚଉଷଠିଟି ଉଚ୍ଚ ବିଦ୍ୟାଳୟର ଉନ୍ନତିକରଣ ସହ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକର ଉନ୍ନତିକରଣ , ମିଶନ ଶକ୍ତି ପାଇଁ ଅତିରିକ୍ତ ଘର ଏବଂ ଜିଲ୍ଲାରେ ବାର୍ଦ୍ଧକ୍ୟ , ବିଧବା ଓ ଭିନ୍ନକ୍ଷମ ଭତ୍ତା ଆଦି ବିଭିନ୍ନ ଭତ୍ତା କିପରି ସବୁ ହିତାଧିକାରୀମାନେ ପାଇ ପାରିବେ ସେ ସମ୍ପର୍କରେ ଆଲୋଚନା କରାଯାଇଛି । ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରାଯିବା ଦିଗରେ ପଦକ୍ଷେପ ଗ୍ରହଣ ସହ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଗୁଡିକର ଗୁଣାତ୍ମକ ମାନ ପ୍ରତି ଯତ୍ନବାନ ହେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ନିର୍ବାହୀ ଯନ୍ତ୍ରୀ ଉପସ୍ଥିତ ଥିଲେ । ଡି ଏମ୍ ଏଫ ଟିମ ଲିଡର ନଳିନୀ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *